Report Card Odisha

| Daily Odia News

ମେଜରଙ୍କୁ ଦୁର୍ବ୍ୟବହାର ଘଟଣା; ଧରାପଡିଲେ ୭ ରୋଡ୍‌ ରୋମିଓ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀକୁ ଦୁର୍ବ୍ୟବହାର ଘଟଣାରେ ୭ ଜଣ ରୋଡ୍‌ ରୋମିଓ କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି। ସିସିଟିଭି ଆଧାରରେ ୭ ଜଣଙ୍କୁ ଧରାଯାଇଥିବା ବେଳେ ସେମାନଙ୍କୁ ଚନ୍ଦକା ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି । ଚନ୍ଦକା ଥାନାରେ କ୍ରାଇମବ୍ରାଞ୍ଚ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନା ଯୋଗ୍ୟ, ୧୫ ତାରିଖରେ ପଥରଗାଡିଆ ନିକଟରେ ୧୦ରୁ ୧୨ଜଣ ଦୁର୍ବୃତ୍ତ ଆସି ମେଜର ଓ ତାଙ୍କ ବାନ୍ଧବୀକୁ ଦୁର୍ବ୍ୟବହାର କରିଥିଲେ। ଗାଡି ଅଟକାଇବା ସହ ହାତାହାତି ହେବା ସହ ଆକ୍ରମଣ କରିଥିଲେ ଏବଂ ଧମକ ଦେଇଥିଲେ। ଏହାପରେ ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ । ମେଜର ଏବଂ ତାଙ୍କ ବାନ୍ଧବୀ ଥାନାକୁ ଅଭିଯୋଗ କରିବାକୁ ଯାଇଥିବାବେଳେ ତାଙ୍କୁ ଥାନା ଭିତରେ ଆଇଆଇସିଙ୍କ ସମେତ ଅନ୍ୟ ୪ ଜଣ ପୁଲିସ କର୍ମଚାରୀ ଅସଦାଚରଣ କରିବା ସହିତ ନିସ୍ତୁକ ମାଡ଼ ମାରିଥିଲେ। ଏଥିରେ ମହିଳା ପୋଲିସ କର୍ମଚାରୀ ବି ସାମିଲ ଥିଲେ। କିନ୍ତୁ ପରଦିନ ଏହି ଘଟଣା ସାମ୍ନାକୁ ଆସିବା ପରେ ଅଭିଯୋଗ କରିବାକୁ ଆସିଥିବା ମହିଳା ପୋଲିସକୁ ଆକ୍ରମଣ କରିଥିବା ନେଇ କୁହାଯାଇଥିଲା।

Breaking News