Report Card Odisha

| Daily Odia News

ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ

ଆଶ୍ୱସ୍ତି ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ପ୍ରଦୀପଙ୍କୁ ଆଜି ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । କ୍ରାଇମବ୍ରାଞ୍ଚ ମାମଲାରେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ୫ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ଜାମିନ ଦିଆଯାଇଛି । ଏହା ସହ ୨୪ ଲକ୍ଷ ଟଙ୍କା ନଗଦ ଜମା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆଗରୁ ଟଙ୍କା ହେରପେର ଘଟଣାରେ ପ୍ରଦୀପ ପାଣିଗ୍ରାହୀ ଗିରଫ ହୋଇଥିଲେ । ଗିରଫ ପରେ ସେ ବିଜେଡି ଦଳରୁ ତଡା ଖାଇଥିଲେ । ତେବେ ସର୍ତ୍ତମୂଳକ ଜାମିନ ପ୍ରଦାନ ପରେ ସେ ସାମାନ୍ୟ ଆଶ୍ୱସ୍ତି ହୋଇଛନ୍ତି ।

Breaking News