ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ବିଏମ୍ସି କାର୍ଯ୍ୟାଳୟରେ ବସ୍ତିବାସିନ୍ଦାଙ୍କ ପ୍ରତିବାଦ । ବିଏମ୍ସି ସିଟି ଇଞ୍ଜିନିୟରଙ୍କ ପ୍ରକୋଷ୍ଠରେ ପରିସ୍ରା କରି ପ୍ରତିବାଦ କରିଛନ୍ତି ୪୫ନଂ ୱାର୍ଡ ଶବର ସାହିର ବାସିନ୍ଦା। ଗତକାଲି ବିଏମ୍ସି କର୍ଯ୍ୟାଳୟରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା । ବାରମ୍ବାର କହିବା ସତ୍ତ୍ୱେ ଡ୍ରେନ୍ କାମ ହେଉନଥିବାରୁ ଏଭଳି ପ୍ରତିବାଦ ପନ୍ଥାକୁ ଆପଣାଇଥିଲେ ଶବର ସାହିର ବାସିନ୍ଦା। ଦୀର୍ଘ ଦିନ ହେଲା ସେମାନଙ୍କ ସାହିରେ ଡ୍ରେନ୍ କାମ ଅଧାରେ ଅଟକିଛି। ପାଖାପାଖି ୬୦୦ ମିଟର ଡ୍ରେନର କାମ ଅଧରେ ଅଟକିଛି । ଅଫିସରଙ୍କ ଅବହେଳା ପାଇଁ ହୋଇପାରୁ ନାହିଁ ଡ୍ରେନ କାମ । ଏଥିପାଇଁ ଡ୍ରେନ୍ ପାଣି ଯାଇ ସ୍ୱରେଜ୍ ଲାଇନ୍ରେ ପଶୁଛି। ଘର ଭିତରେ ମଳ ଓ ନର୍ଦ୍ଦମା ପାଣି ଭାସୁଛି। ବାରମ୍ବାର ଗୁହାରି ଜଣାଇବା ସତ୍ତ୍ୱେ ବିଏମ୍ସି ଡ୍ରେନ୍ କମ କରୁନି। ବର୍ଷା ହେଲେ ସ୍ଥିତି ସଙ୍ଘାତିକ ହେଉଛି। ଘରେ ମଳ ପାଣି ପଶିବା ଯୋଗୁ ଅନେକ ଅସୁବିଧା ରେ ସମୁଖୀନ ହେଉଛନ୍ତି ଲୋକେ । ତୁରନ୍ତ କାମ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ବିଏମ୍ସସି ଅଧିକାରୀ ।






More Stories
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..