ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସର ନିର୍ଯାତନା ମାମଲାର ବିଚାର ବିଭାଗୀୟ ତଦନ୍ତ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିଲେ। ଆଜି ସକାଳେ ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି | ଭରତପୁର ଥାନାରେ କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ହୋଇଛି | ମେଜର ଓ ପୀଡ଼ିତାଙ୍କ ନାମ ଗଣମାଧ୍ୟମରେ ପ୍ରକାଶ ନ କରିବାକୁ କୋର୍ଟ କହିଛନ୍ତି | ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି ଆଧୁନିକୀକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।ଭରତପୁର ଥାନାରେ ଲାଗିବ ୨୫ ଟି ସିସିଟିଭି । ଏହା ସହ ଭୁବନେଶ୍ବରର ସମସ୍ତ ଥାନାର ବାହାର ଏବଂ ଭିତରେ ସିସିଟିଭି ଲଗାଇବାକୁ କୋର୍ଟ ନିର୍ଦେଶ ଦେଇଛନ୍ତି । ମାମଲାର ତଦନ୍ତ ଅନୁଧ୍ୟାନ ପାଇଁ ମନା କରିଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବାରୁ ତଦନ୍ତ ଅନୁଧ୍ୟାନର ଆବଶ୍ୟକତା ନାହିଁ ବୋଲି କହିଛନ୍ତି କୋର୍ଟ। ଆସନ୍ତା ୯ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ଅନ୍ୟପକ୍ଷରେ ଭାରତପୁର ମାମଲାରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ହାଇକୋର୍ଟ ପ୍ରଶଂସା କରିଛନ୍ତି।
Also Read






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……