ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁଇ ଦିନଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ୩୦ ତାରିଖରେ ଝାଡ଼ଖଣ୍ଡ ପହଞ୍ଚିବା ପରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ। ସେଠାରେ ପ୍ରାକ୍ ନିର୍ବାଚନୀ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୧ ତାରିଖରେ ଝାଡ଼ଖଣ୍ଡର ଚାଇଁବାସାର କୋଲ୍ ହାନ୍ ଯିବେ ମୁଖ୍ୟମନ୍ତ୍ରୀ। ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ। ପଶ୍ଚିମ ସିଂହଭୂମ ଓ ଚାଇଁବାସାର କୋଲରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ଲୋକ ବସବାସ କରନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।
More Stories
ରାଜଧାନୀ ଯୁବକଙ୍କୁ ହାଣି ଯୁବତୀଙ୍କୁ ଅପହରଣ ଅଭିଯୋଗ….
ଫୁଟ୍ପାଥରେ ଶୋଇଥିଲେ ମାଡ଼ିଗଲା ଡମ୍ପର୍…..
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ….