ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସାମ୍ନାକୁ ଆସିବ ସତ। ଏହାର ପର୍ଦ୍ଦଫାସ କରିବାକୁ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୋଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ। ଗୁଜରାଟ ଗାନ୍ଧିନଗରସ୍ଥିତ ଫୋରେନସିକ୍ ଲାବ୍ରୋଟୋରୀରେ ମିଛ ଧରା ପରୀକ୍ଷା କରାଯିବ। ଭୁବନେଶ୍ୱର ଏସଡିଜେଏମ୍ କୋର୍ଟଙ୍କ ଅନୁମତି ପରେ ସେମାନଙ୍କୁ ସାଙ୍ଗରେ ନେଇ ଯାଇଛି ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍। ଆଇଆଇସି ଦୀନକୃଷ୍ଣ ମିଶ୍ର ପଲିଗ୍ରାଫ, ବ୍ରେନ୍ ମ୍ୟାପିଂ ଓ ନାର୍କୋ ଟେଷ୍ଟର ସମ୍ମୁଖୀନ ହେବେ। ଦୀନକୃଷ୍ଣଙ୍କ ନାଁରେ ପୀଡ଼ିତାଜଣକ ସାଂଘାତିକ ଅଭିଯୋଗ ଆଣିଥିବାରୁ ତାଙ୍କର ପଲିଗ୍ରାଫ, ନାର୍କୋ ଆନାଲିସିସ, ବ୍ରେନ ମ୍ୟାପିଂ ହେବ । ଅବଶିଷ୍ଟ ୪ ପୋଲିସ ଙ୍କର କେବଳ ପଲିଗ୍ରାଫ ଟେଷ୍ଟ ହେବ । ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ ଓ ସେଦିନ ରାତିରେ ଥାନାରେ ଉପସ୍ଥିତ ଥିବା ଜଣେ ପୋଲିସ ଏସ୍ଆଇଙ୍କର ପଲିଗ୍ରାଫ ଟେଷ୍ଟ ହେବ। ଏହି ଘଟଣାର କେହି ପ୍ରତ୍ୟକ୍ଷଦର୍ଶୀ ନ ଥିବାରୁ ଏହି ଏସ୍ଆଇଙ୍କୁ ଘଟଣାର ପ୍ରତ୍ୟକ୍ଷଦର୍ଶୀ ତଥା ସାକ୍ଷୀ ଭାବେ ଗ୍ରହଣ କରାଯାଇଛି। କିନ୍ତୁ ନିଲମ୍ବିତ କନଷ୍ଟେବଲଙ୍କର କୌଣସି ଟେଷ୍ଟ କରାଯିବ ନାହିଁ। ସେମାନଙ୍କଠାରୁ ଘଟଣା ଦିନର ସତ ଜାଣିବାକୁ ଚାହିଁଛି କ୍ରାଇମବ୍ରାଞ୍ଚ।
More Stories
ମୁଖ୍ୟମନ୍ତ୍ରୀଙ୍କ ଭାଜପା ବିଧାୟକ ଦଳ ବୈଠକ……
ଭିଜିଲାନ୍ସ ଜାଲରେ ରେଂଜର……
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..