ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବଲିଉଡର ବର୍ଷିଆନ୍ ଅଭିନେତା ଗୋବିନ୍ଦାଙ୍କ ଦେହରେ ବାଜିଛି ଗୁଳି। ତାଙ୍କୁ ଗୁରୁତର ଅବସ୍ଥାରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଭିର୍ତ୍ତି କରାଯାଇଛି। ସୂଚନା ମୁତାବକ, ଭୁଲବଶତଃ ତାଙ୍କ ଗୋଡରେ ଗୁଳି ବାଜିଛି। ନିଜ ଲାଇସେନ୍ସପ୍ରାପ୍ତ ବନ୍ଧୁକରୁ ଭୁଲବଶତଃ ଗୁଳି ଫୁଟିଥିବା ସୂଚନା ମିଳିଛି। ସେ ଏବେ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କ ଅବସ୍ଥା ସ୍ଥିର ରହିଛି। ଆଜି ଭୋର ପ୍ରାୟ ୪ଟା ୪୫ ଗୋବିନ୍ଦା କୋଲକାତା ଯିବା ପାଇଁ ପ୍ରସ୍ତୁତ ହେଉଥିଲେ। ଏହି ସମୟରେ ସେ ନିଜ ଲାଇସେନ୍ସ ପ୍ରାପ୍ତ ବନ୍ଧୁକକୁ ଆଲମାରୀରେ ରଖୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ମିସ୍ ଫାୟାରିଂ ହୋଇ ତାଙ୍କ ଗୋଡ଼ରେ ଗୁଳି ବାଜିଛି। ଏହା ପରେ ତୁରନ୍ତ ତାଙ୍କୁ ମୁମ୍ବାଇର ଅନ୍ଧେରି ସ୍ଥିତ କ୍ରିଟି କେୟାର ହସ୍ପିଟାଲକୁ ନିଆଯାଇଛି। ସେଠାରେ ତାଙ୍କ ଗୋଡ଼ରୁ ଗୁଳି ବାହାର କରାଯାଇଥିବା ବେଳେ ସେ ଏବେ ବିପଦ ମୁକ୍ତ ଅଛନ୍ତି। ଜଣେ ପୋଲିସ ଅଧିକାରୀ କହିଛନ୍ତି, ଅଭିନେତା ଏନେଇ କୌଣସି ଅଭିଯୋଗ ଦାଖଲ କରିନାହାଁନ୍ତି। ପୂରା ଘଟଣାର ତଦନ୍ତ ଜାରି ରହିଛି।
More Stories
ପତ୍ନୀଙ୍କଠାରୁ ଅଲଗା ହେଲେ ଏ.ଆର. ରେହମାନ…..
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର….
ଏକାଠି ଫିଲ୍ମ କରିବେ ଅଭିଷେକ-ଐଶ୍ୱର୍ଯ୍ୟା…..