ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବଢ଼ିଲା ଗ୍ୟାସ୍ ସିଲିଣ୍ଡର ଦର। ଅକ୍ଟୋବର ୧ ତାରିଖରେ ମଧ୍ୟ ଅଏଲ ମାର୍କେଟିଂ କମ୍ପାନୀ ଗ୍ୟାସ୍ ଦରରେ ପରିବର୍ତ୍ତନ କରିଛି। ୧୯ କିଲୋଗ୍ରାମ ଗ୍ୟାସ୍ ଯୁକ୍ତ କମର୍ସିଆଲା ଏଲପିଜି ସିଲିଣ୍ଡରର ଦାମ୍ ବୃଦ୍ଧି ପାଇଛି। ସିଲିଣ୍ଡର ପିଛା ୪୮.୫୦ରୁ ୫୦ ଟଙ୍କା ଯାଏଁ ବଢ଼ିଛି। ଇଣ୍ଡିଆନ୍ ଅଏଲ୍ର ଅଫିସିଆଲ୍ ୱେବସାଇଟ୍ ଅନୁଯାୟୀ, ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ବର୍ତ୍ତମାନ ଦିଲ୍ଲୀରେ ୧୯ କିଲୋଗ୍ରାମ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୧୭୪୦ ଟଙ୍କାରେ ପହଞ୍ଚିଛି। ସେହିପରି ବର୍ଦ୍ଧିତ ଦର ଲାଗୁ ହେବା ପରେ ମୁମ୍ବାଇରେ କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ପିଛା ଦର ୧୬୯୨.୫୦ ଟଙ୍କା, କୋଲକାତାରେ ୧୮୫୦.୫୦ ଟଙ୍କା ଏବଂ ଚେନ୍ନାଇରେ ୧୯୩୦ ଟଙ୍କାରେ ଉପଲବ୍ଧ ହେବ।






More Stories
୨୦ରୁ ସଂସଦର ମୌସୁମୀ ଅଧିବେଶନ…..
ରାମ ମନ୍ଦିରରୁ ଚୋରି ଘଟଣା ଦୁଃଖଦାୟକ…..
ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ…..