ରିପୋର୍ଟ କାର୍ଡ / କଟକ
କଟକରେ ପାର୍ବଣକୁ ସୁରକ୍ଷିତ କରିବାକୁ କଟକଣା ଜାରି କରିଛନ୍ତି ଜିଲ୍ଲାପାଳ। ନଭେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ଡିଜେ, ଏଲଇଡି ଲାଇଟ୍, ଫାୟାର ଗନ୍ ବାରଣ କରାଯାଇଛି। ପୂଜା ପେଣ୍ଡାଲ, ଭସାଣ ଶୋଭାଯାତ୍ରା ଏବଂ ବାଲିଯାତ୍ରାରେ ଏସବୁର ବ୍ୟବହାରକୁ ମନା କରାଯାଇଛି । ପାର୍ବଣ ଓ ବାଲିଯାତ୍ରାରେ ଅଧିକ ଶବ୍ଦ କରୁଥିବା ବାଣ ଫୁଟାଇବାକୁ ବାରଣ କରାଯାଇଛି। ୬୫ ଡେସିବଲରୁ ଅଧିକ ଶବ୍ଦ କରୁଥିବା ସାଉଣ୍ଡ ସିଷ୍ଟମକୁ ମଧ୍ୟ ବାରଣ କରାଯାଇଛି। କଟକର ସବୁ ଥାନା ଅଧିକାରୀଙ୍କୁ ନିୟମ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶନାମାର ଉଲ୍ଲଂଘନ କଲେ ସଂପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ କହିଛନ୍ତି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..