ରିପୋର୍ଟ କାର୍ଡ / ପୁରୀ
ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଆଜି ୨ ସଂପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ରାଜକିରଣ ଶତପଥୀ (୨୩) ଓ ନଳିନୀକାନ୍ତ ତ୍ରିପାଠୀ (୨୭)। ରାଜକିରଣ ଙ୍କ ଘର ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡିରେ। ସେହିପରି ତାଙ୍କ ସଂପର୍କୀୟ ଭାଇ ନଳିନୀକାନ୍ତ ଇଚ୍ଛାପୁରମରେ ବୋଲି ଜଣାପଡିଛି | ରାଜକିରଣ ଓ ନଳିନୀକାନ୍ତ ଶ୍ରାଦ୍ଧ ଦେବା ପାଇଁ ପୁରୀ ଆସିଥିଲେ। ସେମାନେ ନରେନ୍ଦ୍ର ପୁଷ୍କରିଣୀରେ ଗାଧୋଇବା ବେଳେ ଅସାବଧାନତା ବଶତଃ ବୁଡ଼ି ଯାଇଥିଲେ ବୋଲି ଜଣାପଡ଼ିଛି। ଅଗ୍ନିଶମ ବାହିନୀ ୨ ଭାଇଙ୍କୁ ପାଣିରୁ ଉଦ୍ଧାର କରିଥିଲା। ତେବେ ସେତେବେଳକୁ ସେମାନଙ୍କର ମୃତ୍ୟୁ ଘଟି ସାରିଥିଲା।






More Stories
ମୋଦୀଙ୍କ ହାତରେ ଦେଶ ଆଜି ସୁରକ୍ଷିତ…..
ମଧୁ ବାବୁ ପେନ୍ସନ୍ ଯୋଜନାର ଆବେଦନ ଯାଞ୍ଚ ପାଇଁ ନିର୍ଦ୍ଦେଶ…..
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……