ରିପୋର୍ଟ କାର୍ଡ / କଟକ
ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗାର ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ଵସ୍ତି ମିଳିଛି। ଆଜି ତଳ କୋର୍ଟଙ୍କ ରାୟକୁ ଖାରଜ କରିଛନ୍ତି ହାଇକୋର୍ଟ। ପ୍ରତାପଙ୍କ ବିରୋଧରେ ଅପରାଧିକ ମାମଲା ଚାଲିବା ନେଇ ରାୟ ପ୍ରଦାନ କରିଥିଲେ ତଳ କୋର୍ଟ। ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପ୍ରତାପ। ହାଇକୋର୍ଟଙ୍କ ଏହି ରାୟ ପରେ ପ୍ରତାପ ଏବେ ଦୋଷମୁକ୍ତ ହୋଇଛନ୍ତି। କ୍ଲିନ୍ ଚିଟ୍ ମିଳିବା ପରେ ପ୍ରତାପ ତାଙ୍କ ଏକ୍ସରେ ଏକ ପୋଷ୍ଟ କରି କହିଛନ୍ତି ଯେ ସତ୍ୟର ସବୁବେଳେ ଜୟ ହୁଏ। ଯେଉଁଠାରେ ଠାକୁର ଶ୍ରୀଜଗନ୍ନାଥ ଅଛନ୍ତି, ସେଠାରେ ଅନ୍ୟାୟ କେବେ ବି ତିଷ୍ଠିପାରିବ ନାହିଁ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..