ରିପୋର୍ଟ କାର୍ଡ / ସମ୍ବଲପୁର
ସମସ୍ୟା ସମାଧାନ କରିବା ପାଇଁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ପୋଲିସ | ଆକ୍ରମଣରେ ଛିଡ଼ିଗଲା ପୋଲିସ ବାବୁଙ୍କ ପାପୁଲି। ଏପରି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଝରାପାଲି ଗାଁରେ। ଆହତ କନଷ୍ଟେବଲଙ୍କ ନାଁ ସରୋଜ ଭୋଇ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ୩ଟି ଆଙ୍ଗୁଳିରେ ମଧ୍ୟ ଗୁରୁତର ଭାବରେ ଆଘାତ ଲାଗିଛି। ଝରାପାଲି ଗାଁରେ ରହୁଥିବା ଜଣେ ଦମ୍ପତିଙ୍କ ମଧ୍ୟରେ କଳହ ହୋଇଥିଲା। ଏନେଇ ପୋଲିସକୁ ଖବର ଦିଆଯାଇଥିଲା। ସରୋଜ ସହ କିଛି ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଉଭୟଙ୍କୁ ବୁଝାସୁଝା କରିବା ପାଇଁ ଚେଷ୍ଟା କରିଥିଲେ। ଏହ ସମୟରେ ଜଣେ ବ୍ୟକ୍ତି ଧାରୁଆ ଅସ୍ତ୍ରରେ ସରୋଜଙ୍କୁ ଆକ୍ରମଣ କରିଥିଲେ। ତାଙ୍କ ପାପୁଲିରେ ଆଘାତ ଲାଗିଥିଲା। ସରୋଜଙ୍କ ପାପୁଲି ଅଧା କଟିଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ କନଷ୍ଟେବଲଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୋଲିସ ଅଭିଯୁକ୍ତକୁ ଧରିବାକୁ ଚେଷ୍ଟା କରୁଥିବା ଜଣାପଡିଛି |






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..