ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ସେହି ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ କୋହଲା ପବନ ବହିବା ସହ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ସର୍ବାଧିକ ୮୦.୪ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଛି। ସେହିପରି ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୪୩.୨, ବାଲେଶ୍ୱର ଜିଲ୍ଲାର ସୋରୋରେ ୪୩, କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ଓ ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ୪୨, ଯାମଶୋଳା ଘାଟରେ ୪୦.୪, କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୪୦, ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୩୭, କୋରାପୁଟ ଜିଲ୍ଲାର ଜୟପୁରରେ ୩୬.୨ ଏବଂ ବାଲେଶ୍ୱର ଜିଲ୍ଲାର ଔପଦାରେ ୨୭ ମିଲିମିଟର ବର୍ଷା ରେକର୍ଡ଼ ହୋଇଛି।






More Stories
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..