ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀରେ ମାଓ ମୁକାବିଲା ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ସେ ରବିବାରଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ରହିଛି। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ଏଥିରେ ଓଡିଶା , ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିହାର , ଛତିଶଗଡ, ମହାରାଷ୍ଟ୍ର, ଝାଡଖଣ୍ଡ ଏବଂ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ମାଓ ପ୍ରଭାବିତ ରାଜ୍ୟ ଗୁଡିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ଜଣ କେନ୍ଦ୍ରମନ୍ତ୍ରୀ ମଧ୍ୟ ଏହି ବୈଠକରେ ସାମିଲ ରହିବେ। ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତା ଙ୍କ ସମେତ କେନ୍ଦ୍ର ଓ ରାଜ୍ୟ ବହୁ ବରିଷ୍ଠ ଅଧିକାରୀ ଓ କେନ୍ଦ୍ରୀୟ ସଶସ୍ତ୍ରବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..