ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ‘ସୁଭଦ୍ରା’ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ | ଏନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ଦ୍ବିତୀୟ ପର୍ଯ୍ୟାୟର ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନସିପିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶାର ମହିଳାମାନଙ୍କୁ ସାଧୁବାଦ ଜଣାଇଛନ୍ତି। ଏଯାବତ୍ ୧ କୋଟିରୁ ଅଧିକ ମହିଳା ହିତାଧିକାରୀ ‘ସୁଭଦ୍ରା’ ଯୋଜନାରେ ସାମିଲ ହେବା ଲାଗି ଆବେଦନ କରିସାରିଲେଣି। ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଦିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କୁ ଟଙ୍କା ମିଳିଥିଲା। ଡିସେମ୍ବର ମାସ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କାର୍ଯ୍ୟ ଶେଷ ହେବ ବୋଲି କହିଛନ୍ତି।






More Stories
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..