ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କଶ୍ମୀରରେ ପ୍ରାୟ ୭ ବର୍ଷ ୪ ମାସ ପରେ ରାଷ୍ଟ୍ରପତି ଶାସନକୁ ହଟାଇ ଦିଆଯାଇଛି। ରବିବାର ବିଳମ୍ବିତ ରାତିରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମଧ୍ୟ ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଥିଲା। ଏହା ପରେ ନୂତନ ସରକାର ଗଠନ ଲାଗି ଓମାର ଅବଦୁଲ୍ଲାଙ୍କ ପାଇଁ ବାଟ ଫିଟିଛି। ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ସରିବା ପରେ ଏବେ ଏଠାରେ ନୂତନ ସରକାର ଗଠନ ପାଇଁ ଚାଲିଛି ପ୍ରସ୍ତୁତି। ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନରେ ନ୍ୟାସନାଲ କନଫରେନ୍ସ ମେଣ୍ଟ ବିଜୟୀ ହୋଇଛି। ଏନ୍ସି ମେଣ୍ଟକୁ ନ୍ୟାସନାଲ କନଫରେନ୍ସକୁ ୪୯ଟି ଆସନ ମିଳିଥିବା ବେଳେ ବିଜେପିକୁ ୨୯ ଟି ଆସନ ମିଳିଛି। ଆସନ୍ତା ୧୬ ତାରିଖରେ ଏନ୍ସି ମେଣ୍ଟ ସରକାର ଶପଥ ଗ୍ରହଣ କରିପାରେ। ନ୍ୟାସନାଲ କନ୍ଫରେନ୍ସର ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା ଜମ୍ମୁ-କଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସେ ମିଳିତ ମେଣ୍ଟର ନେତା ଭାବରେ ନିର୍ବାଚିତ ହୋଇଛନ୍ତି।






More Stories
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ଖଡଗେ-ନଡ୍ଡା ମୁହାଁମୁହିଁ…..