Report Card Odisha

| Daily Odia News

ଆଜିଠୁ ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜିଠୁ ଆରମ୍ଭ ହେଉଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜାବେଶ୍‌ ଜାକଜମକରେ ଅନୁଷ୍ଠିତ ହେଉଛି।ପବିତ୍ର କୁମାର ପୂର୍ଣ୍ଣିମା, ଯାହାକି ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ ।ଏହି ଦିନ ମା’ ଲକ୍ଷ୍ମୀ ଦେବୀଙ୍କର ବି ଆରାଧନା କରାଯାଇଥାଏ । ଏହି ଦିନ କୁମାରୀମାନେ ତୁଳସୀ ଚଉରା ମୂଳେ ଚନ୍ଦ୍ର ପୂଜା ଓ ନିଜର ଇଷ୍ଟଦେବଙ୍କ ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । କିନ୍ତୁ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ ଲାଭ କରିଥିବା ଢେଙ୍କାନାଳରେ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି। ଢେଙ୍କାନାଳର ବିଭିନ୍ନ ମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସୁସଜ୍ଜିତ ହୋଇଥିବା ବେଳେ ତୋରଣ କାମ ବି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଉଭୟ ସ୍ଥାନରେ ଗଜଲକ୍ଷ୍ମୀ ପୂଜା ପାଇଁ ସ୍ୱତନ୍ତ୍ର ଓ ଭବ୍ୟ ଆୟୋଜନ ହୋଇଛି। ମୀନାବଜାର, ଗଣେଶ ବଜାର, ଲକ୍ଷ୍ମୀ ବଜାର, କୈବଲ୍ୟ ବଜାର, ଗୁଡ଼ିଆ ନାଳୀ ଆଦି ବଜାରର ଚାନ୍ଦି ମେଢ କରାଯାଇଛି। ଆଜିଠାରୁ ୧୧ ଦିନ ବ୍ୟାପି ଚାଲିବ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ଢେଙ୍କାନାଳରେ ୩୮ଟି ପୂଜା ମଣ୍ଡପରେ ମାଆଙ୍କୁ ପୂଜାର୍ଚ୍ଚନା କରାଯାଉଛି।

Breaking News