Report Card Odisha

| Daily Odia News

ଆଜି ଶପଥ ନେବେ ଓମାର ଅବଦୁଲ୍ଲା…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ଓମାର ଅବଦୁଲ୍ଲା। ଧାରା ୩୭୦ ଉ‌ଚ୍ଛେଦ ହେବା ପରଠାରୁ ଏହି ଅଞ୍ଚଳର ପ୍ରଥମ ବିଧାନସଭା ନିର୍ବାଚନରେ ​​ତାଙ୍କ ନେସ୍‌ନାଲ୍‌ କନ୍‌ଫରେନ୍ସ ଦଳ ବିଜୟ ଲାଭ କରିଥିବା ବ‌େଳେ ସେ ଆଜି ଶପଥ ନେବେ। ଆଜି ସେର-ଆଇ-କାଶ୍ମୀର ଆନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ର (ଏସ୍‌କେଆଇସିସି)ରେ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହ ପାଇଁ ପ୍ରସ୍ତୁତି ଶେଷ ହୋଇଛି | ଜମ୍ମୁ-କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ସକାଳ ୧୧.୩୦ରେ ଓମାର ଅବଦୁଲ୍ଲା ଏବଂ ତାଙ୍କ ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ପରିଚାଳନା କରିବେ।

Breaking News