ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦୀପାବଳି ଅବସରରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର ଦେଇପାରନ୍ତି ମୋଦୀ ସରକାର। ସମସ୍ତ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି ନେଇ ଖୁବଶୀଘ୍ର ଘୋଷଣା କରିପାରନ୍ତି କେନ୍ଦ୍ର ସରକାର। ସୂଚନା ମୁତାବକ, କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଡିଏ ୩ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହାଦ୍ୱାରା ୧ କୋଟିରୁ ଅଧିକ କର୍ମଚାରୀ ଏବଂ ପେନସନଭୋଗୀ ଉପକୃତ ହେବେ। ସୂତ୍ରରୁ ପ୍ରକାଶ ଯେ, କେନ୍ଦ୍ର ସରକାର ଡିଏ ୩ ପ୍ରତିଶତ ବୃଦ୍ଧି କରିବେ ବୋଲି ଆଶା କରାଯାଉଛି, କିନ୍ତୁ ଏହା ୪ ପ୍ରତିଶତ ମଧ୍ୟ ହୋଇପାରେ।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..