ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଥିପାଇଁ ଆଜି ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଟାସ୍କଫୋର୍ସ ପୁର୍ନଗଠନ କରାଯାଇଛି। ଏହାସହିତ ୬ଟି ଥିମେଟିକ୍ ସବକମିଟି ଗଠିତ ହୋଇଥିବା ସୂଚନା ଦିଆଯାଇଛି। ଟିଚର୍ସ ଏଜୁକେସନ ଆଣ୍ଡ ଏସସିଇଆରଟି ନିର୍ଦ୍ଦେଶକଙ୍କୁ ଜାତୀୟ ଶିକ୍ଷା ନୀତି-୨୦୨୦ର ନୋଡାଲ ଅଫିସର ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବଙ୍କୁ ଆବାହକ ସଦସ୍ୟ ଭାବେ ସାମିଲ କରାଯାଇଛି ।

ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଜାତୀୟ ଶିକ୍ଷା ନୀତି-୨୦୨୦କୁ ରାଜ୍ୟରେ କାର୍ଯ୍ୟକାରୀ କରିବା ନିମନ୍ତେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ପୁର୍ନଗଠନ କରାଯାଇଛି । ଏହି ଟାସ୍କଫୋର୍ସରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ, ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ, ପଂଚାୟତିରାଜ ବିଭାଗର ପ୍ରମୁଖ ସଚିବ,ଅର୍ଥ ବିଭାଗର ପ୍ରମୁଖ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ସଚିବ, ଦକ୍ଷତାବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ପ୍ରମୁଖ ସଚିବ, ଉଚ୍ଚଶିକ୍ଷା ବିଭାଗର ସଚିବ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଭୁବନେଶ୍ୱରସ୍ଥିତ ରିଜିଓନାଲ ଇନଷ୍ଟିଚ୍ୟୁଟ୍ ଅଫ ଏଜୁକେସନର ପ୍ରନ୍ସିପାଲଙ୍କୁ ଏକ୍ସଅଫିସୋ ସଦସ୍ୟ ଭାବେ ସାମିଲ କରାଯାଇଛି ।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..