ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗାଜା ଷ୍ଟ୍ରିପରେ ଏୟାର ଷ୍ଟ୍ରାଇକ କରି ଇସ୍ରାଏଲ ପକ୍ଷରୁ ବଡ଼ ଦାବି କରାଯାଇଛି । ଇସ୍ରାଏଲ ପକ୍ଷରୁ ଗାଜାରେ କରାଯାଇଥିବା ଏୟାର ଷ୍ଟ୍ରାଇକରେ ହମାସ ମୁଖ୍ୟ ୟାହୟା ସିନୱାର ନିହତ ହୋଇଛି । ଇସ୍ରାଏଲ ସେନା ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏୟାର ଷ୍ଟ୍ରାଇକରେ ସିନୱାର ପ୍ରାଣ ହରାଇଥିବା ବିଭିନ୍ନ ଜାତୀୟ ଗଣମାଧ୍ୟମରେ ଦାବି କରାଯାଇଛି । ଇସ୍ରାଏଲ ସେନା ପକ୍ଷରୁ କୁହାଯାଇଛି ଯେ ଏୟାର ଷ୍ଟ୍ରାଇକରେ ଏକାଧିକ ଆତଙ୍କବାଦୀ ନିହତ ହୋଇଛନ୍ତି । ବର୍ତ୍ତମାନ ସ୍ଥିତିରେ ଆତଙ୍କବାଦୀଙ୍କ ପରିଚୟ ଜାଣିବା ସମ୍ଭବ ନୁହେଁ । ଯେଉଁ ବିଲଡିଂ ଉପରେ ଆକ୍ରମଣ କରାଯାଇଥିଲା, ସେଠାରେ କୌଣସି ସାଧାରଣ ଲୋକ କିମ୍ବା ପଣବନ୍ଦୀଙ୍କ ଉପସ୍ଥିତି ସମ୍ପର୍କରେ ଜଣାପଡ଼ୁନାହିଁ । ୩ ଜଣ ହମାସ ସଦସ୍ୟ ନିହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ ସିନୱାର ବୋଲି ଦାବି କରିଛି ଇସ୍ରାଏଲ। ତଥାପି ଏହାର ଯାଞ୍ଚ କରାଯାଉଛି । ଇସ୍ରାଏଲ ଜେଲରେ ଥିବା ବେଳେ ସିନୱାରର ଡିଏନଏ ସଂଗ୍ରହ କରାଯାଇଥିଲା । ଏବେ ମୃତ ୩ ହମାସ ସଦସ୍ୟଙ୍କ ଡିଏନଏକୁ ଏଥିରେ ମେଳ କରାଯାଇ ପୂରା ଘଟଣାର ସତ୍ୟତା ଜାଣିବାକୁ ଚେଷ୍ଟା କରାଯିବ ବୋଲି ଇସ୍ରାଏଲ ସେନା କହିଛି ।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..