ରିପୋର୍ଟ କାର୍ଡ / କେନ୍ଦ୍ରାପଡା
କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲ୍ଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଆଜି ସକାଳ ସାଢେ ୯ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାଯାଇଛି। ଉତ୍କଳ କେଶରୀ ପରିଡା କେନ୍ଦ୍ରାପଡା ଡେରାବିଶ ବ୍ଲକ୍ ଅନ୍ତର୍ଗତ ସଲାରୋ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ୨୦୦୪ ରେ ସେ ଓଡ଼ିଶା ଗଣ ପରିଷଦ ଟିକେଟରେ ଲଢ଼ି କେନ୍ଦ୍ରାପଡା ର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୧୯ ରୁ ୨୦୨୩ ପର୍ୟ୍ୟନ୍ତ କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଭାବେ ଦାୟିତ୍ୱ ତୁଲାଇ ଥିଲେ l






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……