Report Card Odisha

| Daily Odia News

୨୪ ଘଣ୍ଟା ଭିତରେ ଲଘୁଚାପ,୨୩ରେ ବାତ୍ୟା! …..

ରିପୋର୍ଟ କାର୍ଡ / ଭୁବନେଶ୍ୱର

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ତେବେ​‌ ଗତକାଲିର ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଓ ଆଖପାଖରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ୨୨ ତାରିଖରେ ଏହା ଘନୀଭୂତ ହୋଇ ଡିପ୍ରେସନ୍ ରେ ପରିଣତ ହେବ। ୨୩ ତାରିଖ ସକାଳେ ଅବପାତ ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ। ଏହାପରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ସମ୍ଭାବ୍ୟ ବାତ୍ୟା। ୨୪ ତାରିଖ ସକାଳେ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଏ ନେଇ ଆଇଏମଡି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାକୁ ଥିବାବେଳେ ଝଟକା ପବନର ବେଗ ୬୦କି.ମି. ଛୁଇଁପାରେ। କେନ୍ଦ୍ରୀୟ, ଦକ୍ଷିଣ ଏବଂ ଉତ୍ତର ବଙ୍ଗୋପସାଗର କିଛି ଅଞ୍ଚଳରେ ଘଣ୍ଟାପ୍ରତି ପବନର ବେଗ ୫୫କି.ମି. ବହିପାରେ। ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ୨୧ତାରିଖ ସୁଦ୍ଧା ଉପକୂଳକୁ ଫେରିବା ଆସିବାକୁ କୁହାଯାଇଥିବାବେଳେ ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Breaking News