ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ବାତ୍ୟା ନାଁ ‘ଦାନା’ ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳ ଓ ଆଉ କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….