ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୧୪ଟି ଜିଲ୍ଲାର ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ବର୍ଷା ଓ ପବନ ଦ୍ବାରା ପ୍ରଭାବିତ ହେବାକୁ ଥିବା ଗଞ୍ଜାମ, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ସମସ୍ତ ସ୍କୁଲ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏଦିଗରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଏସ୍ଆର୍ସି ଦେଓରଞ୍ଜନ କୁମାର ସିଂ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……