ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରୀ କର୍ମଚାରୀଙ୍କର ମହଙ୍ଗା ଭତ୍ତା ବୃଦ୍ଧି ହୋଇଛି । ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଫଳରେ ସେମାନଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୨୦୨୪ରୁ ପିଛିଲା ଭାବେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟିଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ୭ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।






More Stories
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..
କଂଗ୍ରେସରୁ ନିଳମ୍ବିତ ହେଲେ…..