ରିପୋର୍ଟ କାର୍ଡ / ବାରିପଦା
ଆଜିଠାରୁ ୨୫ ତାରିଖ ଶୁକ୍ରବାର ପର୍ଯ୍ୟନ୍ତ ୩ ଦିନ ପାଇଁ ପରିଦର୍ଶକ ତଥା ପର୍ଯ୍ୟଟକଙ୍କ ନିମନ୍ତେ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ତିନିଦିନ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପରିଦର୍ଶକ କିମ୍ବା ପର୍ଯ୍ୟଟକଙ୍କ କୌଣସି ଯାନ ପ୍ରବେଶ ଅନୁମତି ଦିଆଯିବ ନାହିଁ। ପରବର୍ତ୍ତୀ ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ପରେ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ। କାରଣ ସମ୍ଭାବ୍ୟ ବାତ୍ୟା ନେଇ ଆଇଏମଡି ପକ୍ଷରୁ ମୟୂରଭଞ୍ଜ ଜିଲା ସକାଶେ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଗତ ୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଅଭୟାରଣ୍ୟ ଖୋଲାଯାଇଥିଲା। ୧୩ ଦିନ ମଧ୍ୟରେ ପର୍ଯ୍ୟଟକଙ୍କ ସଂଖ୍ୟା ପୂର୍ବ ବର୍ଷଗୁଡିକ ତୁଳନାରେ ବୃଦ୍ଧି ପାଇଥିବା ଲକ୍ଷ୍ୟ କରାଯାଇଛି।






More Stories
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..
ଆଜି ସ୍କୁଲ ଛୁଟି…..