ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାତ୍ୟା ‘ଦାନା’ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ସହ ପବନ ଆରମ୍ଭ ହୋଇ ସାରିଛି । ‘ଦାନା’ ପ୍ରଭାବରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇଆଜି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ରାତିରୁ ଆକାଶ ମେଘାଚ୍ଛନ୍ନ ସହ ଝିପିଝିପି ବର୍ଷା ଆରମ୍ଭ ହୋଇଛି । ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକରେ ଏହାର ବେଶି ପ୍ରଭାବ ରହିବ । ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ପବନ ବହିବା ସମ୍ଭାବନା ରହିଛି। ଏହାସହ ଅନ୍ୟ ପାଶ୍ୱବର୍ତ୍ତୀ ଜିଲା ପୁରୀ,ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳରେ ମଧ୍ୟ ପ୍ରବଳ ବର୍ଷିବ। ପାଶ୍ୱବର୍ତ୍ତୀ ଜିଲାରେ ବର୍ଷା ସହ ୬୦ରୁ ୮୦ କିମି ବେଗରେ ପବନ ବହିବ।






More Stories
ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର କିରାଣୀ…..
୨ ପର୍ଯ୍ୟଟକ ମୃତ…..
ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ…..