ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ବାତ୍ୟା ‘ଦାନା’ ଭିତରକନିକା ଏବଂ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ। ଅକ୍ଟୋବର ୨୪ ଗୁରୁବାର ମଧ୍ୟ ରାତିରୁ ବାତ୍ୟା‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇ ୨୫ ଅକ୍ଟୋବର ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଜାରି ରହିବ। ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତି ଜାରି ହେବ। ଏହି ସମୟ ମଧ୍ୟରେ ସର୍ବାଧିକ ପବନର ବେଗ ପ୍ରାୟ ୧୨୦ କିଲୋମିଟର ହେବାର ସମ୍ଭାବନା ଅଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହା ସୂଚନା ଦେଇଛନ୍ତି। ବାତ୍ୟା ‘ଦାନା’ଉତ୍ତର-ପଶ୍ଚିମ ଦିଗକୁ ଯାଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଦେଇ ଭିତରକନିକା ଏବଂ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ। ଏହି ସମୟରେ ଭିତରକନିକା ଏବଂ ଧାମରା ତଥା ପୁରୀ ଏବଂ ସାଗର ଦ୍ୱୀପ ମଧ୍ୟରେ ୨୪ ଅକ୍ଟୋବର ମଧ୍ୟରାତ୍ରରୁ ୨୫ ଅକ୍ଟୋବର ସକାଳ ସମୟରେ ପବନର ବେଗ ସର୍ବାଧିକ ଘଣ୍ଟାପ୍ରତି ୧୨୦ କିଲୋମିଟର ରହିବାର ସମ୍ଭାବନା ରହିଛି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….