ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜଷ୍ଟିସ ସଞ୍ଜୀବ ଖାନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ବୋଲି ଜଣାପଡ଼ିଛି। ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ସଞ୍ଜୀବ ଖାନାଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି। ଆସନ୍ତା ନଭେମ୍ବର ୧୧ ରେ ଜଷ୍ଟିସ ସଞ୍ଜୀବ ଖାନା ଦାୟିତ୍ବ ଗ୍ରହଣ କରିବେ। ଜଣେ ଆଇନଜୀବୀ ଭାବେ ଜୀବନ ଆରମ୍ଭ କରିଥିବା ଜଷ୍ଟିସ ଖାନା ପରବର୍ତ୍ତୀ ସମୟରେ ଦିଲ୍ଲୀ ହାଇକୋର୍ଟ ଏବଂ ସୁପ୍ରିମକୋର୍ଟର ବିଚାରପତି ଭାବେ ସଫଳତାର ସହ କାର୍ଯ୍ୟ ସମ୍ପାଦନ କରିଛନ୍ତି। ଜାତୀୟ ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଥିବା ଜଷ୍ଟିସ ଖାନା ଭାରତର ସୁପ୍ରିମ କୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହୋଇଥିବା ସୂଚନା ମିଳିଛି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..