ରିପୋର୍ଟ କାର୍ଡ / କଟକ
କଟକ ସହରରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କୁଲ ବସ୍କୁ ପିଟିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ୧୦ ଛାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ଏକ ଘରୋଇ ସ୍କୁଲ ବସ୍ କିଛି ଛାତ୍ରୀଙ୍କୁ ଧରି ସ୍କୁଲ ଅଭିମୁଖେ ଯାଉଥିଲା। ମାତ୍ର ଖାନନଗର ଟ୍ରାଫିକ୍ ଛକ ନିକଟରେ ପଛରୁ ଦ୍ରୁତ ଗତିରେ ଆସୁଥିବା ଏକ ଯାତ୍ରୀବାହୀ ବସ୍ ସ୍କୁଲ ବସ୍ଟିକୁ ଜୋରରେ ପିଟିଥିଲା। ଏହି ଦୁର୍ଘଟଣାରେ ସ୍କୁଲ ବସ୍ରେ ଥିବା ୧୦ରୁ ଅଧିକ ଛାତ୍ରୀ ଆହତ ହୋଇଛନ୍ତି।ଏହାଦେଖି ଦୁର୍ଘଟଣା ଘଟାଇଥିବା ବସ୍ଟି ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା। ସ୍ଥାନୀୟ ଲୋକେ ତୁରନ୍ତ ଆହତ ଛାତ୍ରୀମାନଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲ ପଠାଇଛନ୍ତି। ଏହାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିସହ ସିସିଟିଭି ଫୁଟେଜ ଆଧାରରେ ଦୁର୍ଘଟଣା ଘଟାଇଥିବା ବସ୍କୁ ଧରିବାକୁ ଚେଷ୍ଟା ଚଳାଇଛି।






More Stories
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଦୁବେଙ୍କ ବୟାନକୁ ନେଇ ରାଜ୍ୟ ରାଜନୀତି ସରଗରମ…..