ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜିଠାରୁ ୯ ତାରିଖ ପର୍ଯ୍ୟନ୍ତ ଲଣ୍ଡନ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ସେ ଓଡ଼ିଶା ପର୍ଯ୍ୟଟନ, ପ୍ରବାସୀ ଏବଂ ଶିଳ୍ପପତିଙ୍କ ସହ ସମ୍ପର୍କକୁ ମଜଭୁତ କରିବା ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। କାର୍ଯ୍ୟକ୍ରମ ମାଧ୍ୟମରେ ବିଦେଶ ମାଟିରେ ସେ ଓଡ଼ିଶା ପର୍ଯ୍ୟଟନ ବିକାଶର ସମ୍ଭାବନା ଉପରେ ଆଲୋକପାତ କରିବେ। ଓଡ଼ିଶାର ପର୍ଯ୍ୟଟନ ପ୍ରତି ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ପର୍ଯ୍ୟଟନ ଶିଳ୍ପରେ ଅଧିକ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବ ବୋଲି ଆଶା କରାଯାଉଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……