Report Card Odisha

| Daily Odia News

ହଷ୍ଟେଲ୍‌ ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ୱରରେ ହଷ୍ଟେଲ୍‌ ରୁ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମେଡିକାଲ କୋଚିଂ ନେଉଥିବା ଛାତ୍ରୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଉଦ୍ଧାର କରିଛି । ପଟିଆ ସ୍ଥିତ ଘରୋଇ କୋଚିଂ ସେଣ୍ଟର ହଷ୍ଟେଲ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ପରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ମୃତ ଛାତ୍ରୀଙ୍କ ଘର କଟକରେ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ସେ ହଷ୍ଟେଲରେ ରହି ପାଠ ପଢୁଥିଲେ । ଏହା ହତ୍ୟା କି ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଚନ୍ଦ୍ରଶେଖରପୁର ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

Breaking News