ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ବାହାରେ ଥିବା ବିଭିନ୍ନ ତୀର୍ଥକ୍ଷେତ୍ରକୁ ଚାଲିବ ବସ୍। ପୁରୀରୁ ଅଯୋଧ୍ୟା, ତିରୁପତି, ମଥୁରା ଓ ବୃନ୍ଦାବନ ଭଳି ବିଭିନ୍ନ ତୀର୍ଥକ୍ଷେତ୍ରକୁ ଆରମ୍ଭ ହେବ ବସ୍ ସେବା । ଫଳରେ ତୀର୍ଥ ଯାତ୍ରୀମାନେ ନୂଆ ବର୍ଷ ପୂର୍ବରୁ ସୁଲଭ ମୂଲ୍ୟରେ ରାଜ୍ୟ ବାହାରର ବିଭିନ୍ନ ତୀର୍ଥ କ୍ଷେତ୍ରକୁ ଯାତ୍ରା କରିପାରିବେ। ଆଜି ଏହି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମନ୍ତ୍ରୀ କହିଛନ୍ତି, ଏଥିପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇସାରିଛନ୍ତି । ଆବଶ୍ୟକ ଅନୁଯାୟୀ ସ୍ୱତନ୍ତ୍ର ଭଲବୋ ବସ ମଧ୍ୟ ଆସି ସାରିଛି। ଏଥାପାଇଁ ପରମିସନ ଓ ରୁଟ ବି ପ୍ରସ୍ତୁତ ହୋଇସାରିଛି। ନୂଆ ବର୍ଷ ପୂର୍ବରୁ ଏହି ବସ୍ ପ୍ରଚଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ତୀର୍ଥଯାତ୍ରୀ ଓ ମହିଳା ମାନଙ୍କ ପାଇଁ ଟିକେଟ୍ ଦାମରେ କୋହଳ କରାଯିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। କେବଳ ଏତିକି ନୁହେଁ କିଭଳି ବାହାର ରାଜ୍ୟକୁ ଭୁବନେଶ୍ୱରରୁ ଅଧିକ ଗାଡି ସଂଯୋଗ କରାଯାଇପାରିବ ସେଥିପାଇଁ ସରକାର ପଦକ୍ଷେପ ନେଉଥିବା ସେ କହିଛନ୍ତି ।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..