ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏହା ଲଘୁଚାପ ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ତାମିଲନାଡୁ ଉପକୂଳ, କେରଳ ଏବଂ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ ବୋଲି କୁହାଯାଇଛି। ଅନ୍ୟପକ୍ଷରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୬.୫ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ୧୭.୫, କୋରାପୁଟ ୧୮.୧, ଭୁବନେଶ୍ବର ୨୨.୫ ଏବଂ କଟକରେ ୨୨ଡିଗ୍ରୀ ରହିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..