ରିପୋର୍ଟ କାର୍ଡ / ଭଦ୍ରକ
ଭିଜିଲାନ୍ସ ଜାଲରେ ଫସିଛନ୍ତି ଆରଆଇ | ଭଦ୍ରକ ଜିଲ୍ଲା ତିହିଡ଼ି ତହସିଲ ଅନ୍ତର୍ଗତ ଗଦି ରାଜସ୍ଵ ମଣ୍ଡଳର ରାଜସ୍ୱ ନିରୀକ୍ଷକ ଭାଗବତ ଖଟୁଆ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଜମିର କିସମ ପରିବର୍ତ୍ତନ କରିବା ନେଇ ଜଣେ ବ୍ୟକ୍ତିଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଭାଗବତ। ଏନେଇ ବ୍ୟକ୍ତି ଜଣକ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ଆଜି ସେହି ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ପୂର୍ବ ଯୋଜନା ମୁତାବକ ମାଡ଼ି ବସିଥିଲା ଭିଜିଲାନ୍ସ। ଆରଆଇ ଭାଗବତ ଖଟୁଆଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିବାସହ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ତାଙ୍କ ଏକାଧିକ ଠିକଣାରେ ଭିଜିଲାନ୍ସ ଚଢାଉ କରିଛି।






More Stories
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……