ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଆ-କା-ମା-ବୈ,ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର | ସମୁଦ୍ରରୁ ନଦୀ, ପୁଷ୍କରିଣୀଠୁ ଆରମ୍ଭ କରି ସବୁ ଜଳାଶୟରେ ଗୀତ ଗାଇ ଡଙ୍ଗା ଭସାଉଛନ୍ତି। ଓଡ଼ିଶାର ନୌବାଣିଜ୍ୟିକ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି। ସକାଳୁ ଏଥିପାଇଁ ଜଳାଶୟ ଗୁଡ଼ିକରେ ପ୍ରବଳ ଭିଡ଼ ଜମିଛି। ଭୁବନେଶ୍ୱରର ପବିତ୍ର ବିନ୍ଦୁ ସାଗର, ପୁରୀ ମହୋଦଧୀ, କଟକର ମହାନଦୀ, କାଠଯୋଡ଼ି ଭଳି ଅନେକ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ବିଶ୍ୱାସ ରହିଛି ବର୍ଷକରେ ଥରେ ଏହି ଦିନରେ ସ୍ନାନ କରି ଡଙ୍ଗା ଭସାଇଲେ ପୂଣ୍ଣ୍ୟ ମିଳିଥାଏ।






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……