ରିପୋର୍ଟ କାର୍ଡ / ପାରାଦୀପ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟନ କରିଛନ୍ତି | କହିଛନ୍ତି ପାରାଦୀପ ପ୍ରଗତିର ମୁଖଶାଳା। କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି ବି ପ୍ରେରଣା ଦିଏ। ସେମାନଙ୍କ ଉଦ୍ୟମ ବଳରେ ଆମ କଳିଙ୍ଗ ବୈଭବଶାଳୀ ହୋଇଥିଲା। ଆଜି ଆମେ ସେହି ହଜାର ବର୍ଷର ଐତିହ୍ୟକୁ ମନେ ପକାଉଛୁ। ଅସ୍ତରଙ୍ଗ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ନୂଆ ବନ୍ଦର ପ୍ରତିଷ୍ଠା ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଆଗାମୀ ଦିନରେ ପାରାଦୀପରେ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ ହେବ। ଏଥିସହ ତାଳଚେରକୁ ପାରାଦୀପ ସହ ଯୋଡିବାକୁ ୧୬ ହଜାର କୋଟି ବ୍ୟୟ ହେବ ବୋଲି କହିଛନ୍ତି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..