ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିବା ସୂଚନା ମିଳିଛି। ବିମାନଟି ଝାଡ଼ଖଣ୍ଡର ଦେଓଘର ବିମାନବନ୍ଦରରେ ଅଟକି ରହିଛି। ଏଥିଯୋଗୁ ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ବିଳମ୍ବିତ ହୋଇଛି। ମିଳିଥିବା ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ବିହାର ଗସ୍ତରେ ଯାଇଥିଲେ। ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମବାର୍ଷିକୀ ପାଳନ (ଜନଜାତୀୟ ଗୌରବ ଦିବସ) କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେଇଥିଲେ। ଏହି ଅବସରରେ ବିହାରର ଜାମୁଇଠାରେ ଆଦିବାସୀମାନଙ୍କ ଲାଗି ଉଦ୍ଦିଷ୍ଟ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଉନ୍ମୋଚନ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରହିଥିବା ବିମାନଟି ଦେଓଘର ବିମାନବନ୍ଦରରେ ରହିଥିଲା।






More Stories
ଆଜି ସାରା ଦେଶରେ ଔଷଧ ଦୋକାନ ବନ୍ଦ…..
ଦେଶ ଏକ ବଡ଼ ‘ଆର୍ଥିକ ଝଡ଼’ର ସମ୍ମୁଖୀନ ହେବାକୁ ଯାଉଛି…..
୨୦ରେ ମିଳିବନି ଔଷଧ…..