ରିପୋର୍ଟ କାର୍ଡ / ସମ୍ବଲପୁର
ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ୩ ହାତୀଙ୍କର ମୃତ୍ୟୁ ହୋଇଛି। ସମ୍ବଲପୁର ଜିଲ୍ଲା ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରୁ ଆଜି ସକାଳେ ୩ଟି ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀମାନଙ୍କ ମଧ୍ୟରେ ୨ଟି ବଡ଼ ହାତୀ ଥିବା ବେଳେ ଗୋଟିଏ ଛୁଆ ହାତୀ ଥିବା ଜଣାଯାଇଛି। ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। କିଛି ଦିନ ହେବ ନାକଟିଦେଉଳ ରେଂଜରେ ହାତୀ ପଲ ଚଳପ୍ରଚଳ କରୁଥିଲେ। ଗତକାଲି ରାତିରେ ଖାଦ୍ୟ ଅନ୍ୱେଷଣରେ ଯାଇ ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ଜାଲରେ ପଡ଼ି ଜୀବନ ଯାଇଥିବା ଜଣାଯାଇଛି। ସିସିଏଫ୍ ଓ ଆର୍ସିସିଏଫ୍ଙ୍କୁ ଘଟଣା ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟପ୍ରାଣୀ ମୁଖ୍ୟାଳୟର ଜଣେ CCFଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଛି। ରିପୋର୍ଟ ଆଧାରରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରସ କରାଯିବ।






More Stories
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..
୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର…..