ରିପୋର୍ଟ କାର୍ଡ / ବାଲେଶ୍ଵର
ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ଯାତ୍ରୀବାହୀ ବସ୍। ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ୫୦ରୁ ଅଧିକ ଯାତ୍ରୀ। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ମୃତାହତ କେହି ହୋଇନାହାନ୍ତି। ଆଜି ସକାଳେ ବସଟି ଯାତ୍ରୀମାନଙ୍କୁ ନେଇ କୋଲକାତାରୁ ସୋର ଅଭିମୁଖେ ଆସୁଥିଲା। ଏହି ସମୟରେ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ବସଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇ ନଥିବା ସୂଚନା ମିଳିଛି |
More Stories
ବଢ଼ିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ…..
ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ…..
ବାଲିଯାତ୍ରାରେ ଫୁଡ୍ ଷ୍ଟଲ୍ରେ ଚଢାଉ…..