ରିପୋର୍ଟ କାର୍ଡ / ସମ୍ବଲପୁର
ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରେ ବିଦ୍ୟୁତ୍ ଆଘାତରେ ୩ ହାତୀ ମୃତ୍ୟୁ ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ବନ ବିଭାଗ ୩ କ୍ଷେତ୍ର ବନ କର୍ମଚାରୀଙ୍କୁ ନିଲମ୍ବିତ କରିଛି। ଏଥିସହ ଦୁଇ ବରିଷ୍ଠ ବନ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ସରକାରଙ୍କୁ ସୁପାରିସ କରିଛି। ଅନ୍ୟପକ୍ଷରେ ବିଦ୍ୟୁତ ତାର ବିଛାଇ ବାରହା ଶିକାର କରିବା ଅଭିଯୋଗରେ ଚିହ୍ନଟ ୪ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଜଣେ ଫେରାର ରହିଛି। ସଂପୃକ୍ତ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ସହାୟତାରେ ଖୋଜୁଛି ବନ ବିଭାଗ। ଗତକାଲି ସମ୍ବଲପୁର ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଟି ହାତୀଙ୍କ ମୃତ୍ୟୁ ଘଟିଥିଲା। ବନ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁ ଏହି ୩ ହାତୀଙ୍କ ଜୀବନ ଯାଇଥିବାପିସିସିଏଫ୍ ସୁଶାନ୍ତ ନନ୍ଦ କହିଥିଲେ। ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଉଦବେଗ ପ୍ରକାଶ କରିଥିଲେ।
More Stories
ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ…..
ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଗିରଫ…..
ବିଜେଡି ପୁଣି ସରକାରକୁ ଫେରିବା ଅବାସ୍ତବ କଥା….