ରିପୋର୍ଟ କାର୍ଡ / ସୁବର୍ଣ୍ଣପୁର
ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଖାଦ୍ୟ ଯୋଗାଣ ଅଧିକାରୀ(ସିଏସଓ) ସୁରେଶ ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ସୁରେଶଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଥିଲା । ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର ଏବଂ ଭୁବନେଶ୍ଵରର ଏକାଧିକ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଥିଲା । ଚଢ଼ାଉ ସମୟରେ ସୁରେଶଙ୍କର ୨ଟି କୋଠା, ଗୋଟିଏ ଫାର୍ମ, ୧୯ଟି ପ୍ଲଟ ଠାବ ହୋଇଥିଲା। ଏହା ସହିତ ୧.୭୨ କୋଟିର ବ୍ୟାଙ୍କ ଜମା ଏବଂ ନଗଦ ୧.୪୯ ଲକ୍ଷ ଟଙ୍କା ଜବତ ହୋଇଥିଲା। ଏହା ସହିତ ୫୦୦ ଶାଗୁଆନ ଗଛ ଥିବା ୪ ଏକର ଜମି ମଧ୍ୟ ଠାବ କରିଥିଲା ଭିଜିଲାନ୍ସ ଟିମ୍।






More Stories
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..