ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ଶୀତକାଳୀନ ଅଧିବେଶନ ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ। ଅଧିବେଶନକୁ ଶାନ୍ତିଶୃଙ୍ଖଳାର ସହିତ ପରିଚାଳନା ପାଇଁ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ବିଧାନସଭା ପରିସରସ୍ଥ ବାଚସ୍ପତିଙ୍କ ପ୍ରକୋଷ୍ଠରେ ଆଜି ପୂର୍ବାହ୍ଣ ସାଢେ଼ ୧୦ରେ ଏହି ବୈଠକ ହେବ। ବୈଠକରେ ଯୋଗଦେବା ପୂର୍ବରୁ ଉଭୟ ଶାସକ ବିଜେପି, ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକଙ୍କ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ବିଧାୟକ ଦଳ ବୈଠକ ପୂର୍ବରୁ ରବିବାର ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ କେଶରୀ ଦେବଙ୍କ ବାସଭବନରେ ବିଜେଡିର ବରିଷ୍ଠ ନେତାଙ୍କ ବୈଠକ ହୋଇଥିଲା । ଏଥିରେ ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀପ୍ରସାଦ ମିଶ୍ର, ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଅରୁଣ ସାହୁ ପ୍ରମୁଖ ସାମିଲ ହୋଇଥିଲେ। ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବ। ସରକାର ୨୬ରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……