ରିପୋର୍ଟ କାର୍ଡ / ପୁରୀ
ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ମଧ୍ୟ ଯୋଗ ଦେବେ ରାଷ୍ଟ୍ରପତି। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଆଜି ପୁରୀ ଗସ୍ତରେ ଆସି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ ସହ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକ କରିଛନ୍ତି। ପୋଲିସ ଡିଜି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସମଙ୍ଗ ପାର୍କିଂ, ବ୍ଲୁ ଫ୍ଲାଗ୍ ବିଚ୍, ରାଜଭବନ ସହ ସମୁଦ୍ର କୂଳ ଯାଇ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ପରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏସପିଙ୍କ କାର୍ଯ୍ୟାଳୟରେ ବୈଠକ କରିଥିଲେ ଡିଜିପି।






More Stories
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଦୁବେଙ୍କ ବୟାନକୁ ନେଇ ରାଜ୍ୟ ରାଜନୀତି ସରଗରମ…..