ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପନ ହୋଇଛି । ମୋଟ ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ। ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପୋଲିସ ଷ୍ଟେଶନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି, ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି, ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି ଏବଂ ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କାର ବ୍ୟବସ୍ଥା । ମଧୁବାବୁ ପେନସନ୍ ଯୋଜନାରେ ୩୩୮ କୋଟି ଟଙ୍କାର ବ୍ୟବସ୍ଥା | ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା | ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି |






More Stories
ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା…..
୨୦ରେ ଯୁକ୍ତ ଦୁଇ ରେଜଲ୍ଟ…..
ଅଳ୍ପକେ ସନ୍ତୁଷ୍ଟ ହୁଅ ନାହିଁ,କାମ କରି ଚାଲନ୍ତୁ……