ରିପୋର୍ଟ କାର୍ଡ / ପୁରୀ
ଆଜି ମାର୍ଗଶୀର କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ। ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……