ରିପୋର୍ଟ କାର୍ଡ / କେନ୍ଦୁଝର
କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଭିଜୀଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଗିରଫ କରାଯାଇଛି। ଗତକାଲି ଭିଜିଲାନ୍ସ ଟିମ୍ ତାଙ୍କ କେନ୍ଦୁଝର ଘର ଏବଂ ଭୁବନେଶ୍ୱର, ଭବାନୀପାଟଣା, ଯାଜପୁର ସମେତ ୭ଟି ଜାଗାରେ ଏକକାଳୀନ ଚଢ଼ାଉ କରିଥିଲା। ବିଭିନ୍ନ ସ୍ଥାନରେ ଥିବା କୋଠା, ଜମି ଠାବହୋଇଥିବା ବେଳେ ଅଧିକ ତଦନ୍ତ ଜାରି ରହିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍, ଭୁବନେଶ୍ୱରଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ସ୍ବତନ୍ତ୍ର ଟିମ୍ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ୭ ଜଣ ଡିଏସ୍ପି, ୫ ଇନ୍ସପେକ୍ଟର, ୭ ଜଣ ଏଏସ୍ଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଥିଲେ।
More Stories
ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ୍ ରନ୍…..
ଚାଷୀଙ୍କୁ ହଇରାଣ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ନବୀନଙ୍କ ଭିଡିଓ ବାର୍ତ୍ତାକୁ ସମାଲୋଚନା କଲା ବିଜେପି…..