ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ ଏହି ସମ୍ମିଳନୀରେ ଯୋଗ ଦେବେ। ସେଥିନିମନ୍ତେ ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ । ଅପରାହ୍ନରେ ମୋଦି ଓ ଶାହ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଏହାପରେ ବିମାନବନ୍ଦର ନିକଟରେ ଆୟୋଜିତ ଏକ ସଭାରେ ଉଦବୋଧନ ଦେବେ ମୋଦି । ସେଠାରୁ ସିଧାସଳଖ ରାଜଭବନ ଯିବେ । ସନ୍ଧ୍ୟାରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯିବେ । ସେଠାରେ ପ୍ରାୟ ୨ ଘଣ୍ଟା ରହିବେ। ଦଳର ବରିଷ୍ଠ ପଦାଧିକାରୀଙ୍କ ସମେତ ଜନପ୍ରତିନିଧିଙ୍କ ସହିତ କରିବେ ରୁଦ୍ଧଦ୍ୱାର ବୈଠକ। ନୂଆ କରି ସତ୍ତାକୁ ଆସିଥିବା ବିଜେପି ସରକାର କେମିତି ଚାଲିଛି ତାର ସମୀକ୍ଷା କରିବେ ମୋଦି। ମନ୍ତ୍ରୀ, ସାଂସଦ ଓ ବିଧାୟକମାନଙ୍କ ଠାରୁ ରିପୋର୍ଟ କାର୍ଡ ନେବେ। ସର୍ବଭାରତୀୟ ଡିଜିପି ସମ୍ମିଳନୀ ନିମନ୍ତେ ବିଭିନ୍ନ ରାଜ୍ୟର ପୋଲିସ ମୁଖିଆ ଭୁବନେଶ୍ୱରରେ ପହଞ୍ଚି ସାରିଲେଣି। ଏହି ସମ୍ମିଳନୀକୁ ଗୃହମନ୍ତ୍ରୀ ଅମିତ ଶାହ ଉଦଘାଟନ କରିବେ । ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ଏହି କଫରେନ୍ସରେ ଯୋଗ ଦେବେ। ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ। ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସହ ସୀମା ସୁରକ୍ଷା, ସାଇବର ଅପରାଧ ଓ ନିଶା କାରବାର ଭଳି ପ୍ରମୁଖ ପ୍ରସଙ୍ଗରେ ତିନି ଦିନ ଧରି ହେବ ଆଲୋଚନା। ତ୍ରୀସ୍ତରୀୟ ସୁରକ୍ଷା ବଳୟରେ ରାଜଧାନୀ ଭୁବନେଶ୍ୱର ରହିଛି | ଏଥିନିମନ୍ତେ ଆଜିଠୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଯାନବାହନ ଚଳାଚଳ ଉପରେ କଟକଣା ଜାରି ହୋଇଛି। ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ମନା ହୋଇଛି।ରାଜ୍ୟ ଅତିଥି ଭବନରେ ସବୁ ରାଜ୍ୟର ପୋଲିସ ଡିଜିଙ୍କ ରହିବା ବ୍ୟବସ୍ଥା କରାଯାଇଛି । ତେଣୁ ହାଇସିକ୍ୟୁରିଟି ଜୋନରେ ଏବେ ପୁରା ରାଜଧାନୀ। ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟରେ ନାକା କରି କଡ଼ା ଯାଞ୍ଚ କରୁଛନ୍ତି ପୋଲିସ ଓ ବିଏସଏଫ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଥିବା ସ୍ଥାନରେ ‘ନୋ ଫ୍ଲାଇ
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..