ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଡିସେମ୍ବର ୫ରେ ଶପଥ ନେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ। ୨ ତାରିଖରେ ବିଧାୟକ ଦଳ ବୈଠକ ପରେ ୫ରେ ଶପଥ ସମାରୋହ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ, ତା ସ୍ପଷ୍ଟ ହୋଇନାହିଁ। ବିଜେପି ପକ୍ଷରୁ ପ୍ରକାଶ ସୂତ୍ର ରିପୋର୍ଟ ଅନୁସାରେ, ଡିସେମ୍ବର ୨ରେ ମହାୟୁତିର ବିଧାୟକ ଦଳ ବୈଠକ ବସିବ। ଏଥିରେ ପାର୍ଟି ମୁଖିଆ କିଏ ହେବେ ସେନେଇ ନିଷ୍ପତ୍ତି ନିଆଯିବ। ଏହାପରେ ଗୁରୁବାର (ଡିସେମ୍ବର ୫)ରେ ମୁମ୍ବାଇର ଆଜାଦ ମୈଦାନରେ ଶପଥ ଉତ୍ସବ ସମାରୋହ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ମହାୟୁତି ମେଣ୍ଟର ସଦସ୍ୟ ଦଳର ପ୍ରମୁଖ ନେତା ବିଜେପିର ଦେବେନ୍ଦ୍ର ଫଡନାଭିସ୍, ଶିବସେନାର ଏକନାଥ ସିନ୍ଦେ ଏବଂ ଏନସିପିର ଅଜିତ ପାୱାର ଦିଲ୍ଲୀରେ ଅମିତ ଶାହ ଏବଂ ଜେପି ନଡ୍ଡାଙ୍କୁ ଭେଟିବା ପରେ ମୁମ୍ବାଇ ଫେରିଥିଲେ। ସେଠାରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ପଦ ବଣ୍ଟନ ନେଇ ଆଲୋଚନା ହୋଇଥିଲା। ଏହାପରେ ମୁମ୍ବାଇରେ ଶୁକ୍ରବାର ବିଧାୟକ ଦଳ ବୈଠକ ବସିବାର ଥିଲା। ମାତ୍ର କାର୍ଯ୍ୟନିର୍ବାହୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗାଁକୁ ଚାଲିଯିବାରୁ ବୈଠକ ବାତିଲ ହୋଇ ଯାଇଥିଲା।






More Stories
ଖଡଗେ-ନଡ୍ଡା ମୁହାଁମୁହିଁ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଆଜି ସଂସଦରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ…..